ମୂର୍ତ୍ତି ଉଚ୍ଚତା ବୃଦ୍ଧି ବିବାଦ ମାମଲା, ବାଲୁ ବଜ଼ାର ପୂଜା କମିଟି ଆବେଦନକୁ ଖାରଜ କଲେ ହାଇକୋର୍ଟ

Share It

ଦଶହରା ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ବାଲୁ ବଜାର ପୂଜା କମିଟିର ଆବେଦନକୁ ଅଗ୍ରାହ୍ୟ କଲେ ହାଇକୋର୍ଟ । ମୂର୍ତ୍ତି ଉଚ୍ଚତା ବଢିବନି ବୋଲି ରାୟ ଦେଇଛନ୍ତି ହାଇକୋର୍ଟ । ମହାମାରୀ ବେଳେ ସରକାର ଭାବିଚିନ୍ତି ନିଷ୍ପତ୍ତି ନେଇଛନ୍ତି । କେବଳ ଗୋଟିଏ ପୂଜା ମଣ୍ଡପକୁ ଅନୁମତି ଦେଇ ହେବନାହିଁ ବୋଲି ହାଇକୋର୍ଟ କହିଛନ୍ତି । ଗତବର୍ଷ ଏକ ମାସ ଆଗରୁ ମୂର୍ତ୍ତି ନିର୍ମାଣ ହୋଇସାରିଥିଲା । ତେଣୁ ୯ ପୂଜା ମଣ୍ଡପରେ ମୂର୍ତ୍ତି ବଡ଼ କରିବା ଲାଗି ଅନୁମତି ଦିଆଯାଇଥିଲା । ଚଳିତ ବର୍ଷ ସେଭଳି ଅବସ୍ଥା ନାହିଁ ବୋଲି ହାଇକୋର୍ଟ କହିଛନ୍ତି ।

ବାଲୁ ବଜାର ପୂଜା କମିଟି ପକ୍ଷରୁ ଏସଆରସିଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମାମଲା ଦାୟର ହୋଇଥିଲା ଏବଂ ପୂର୍ବବତ୍ ମୂର୍ତ୍ତି ନିର୍ମାଣ ପାଇଁ ଅନୁମତି ଦେବାକୁ ପ୍ରାର୍ଥନା କରାଯାଇଥିଲା । ବାଲୁ ବଜାର ପୂଜା କମିଟି ତରଫରୁ ଦାୟର ହୋଇଥିବା ପିଟିସନରେ ଗତ ଅଗଷ୍ଟ ୯ ତାରିଖରେ ଏସଆରସି ଜାରି କରିଥିବା ବିଜ୍ଞପ୍ତିର କ୍ଲଜ୍ ୪କୁ ମୁଖ୍ୟତଃ ଚ୍ୟାଲେଞ୍ଜ କରାଯାଇଥିଲା । ଗୁରୁବାର ମାମଲାର ଶୁଣାଣି କରି ରାୟ ସ୍ଥଗିତ ରଖିଥିଲେ ।


Share It

Comments are closed.