କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ବୃଷ: ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

ମିଥୁନ: କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ

କର୍କଟ: ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

କନ୍ୟା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ତୁଳା: ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ ।

ବିଛା: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ଧନୁ: ମନରେ ପ୍ରସନ୍ନତା ଭାବ ରହିବ । ତରବରରେ କାର୍ଯ୍ୟ କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ ।ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । ତୀର୍ଥଯାତ୍ରା ପାଇଁ ମନ ବଳିବ ।

ମକର: ମନ ଅସ୍ଥିର ରହିବ । ଆୟା ବାଧାପ୍ରତ୍ତ ହେବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ । ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ ।

କୁମ୍ଭ: କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ସଂପାଦନ କରିବେ । ଶରୀର ସୁସ୍ଥ ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

ମୀନ: ମାନସିକ ଓ ଶାରୀରିକ ସୁସ୍ଥତା ଫେରି ପାଇବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ଲାଭ ଆତ୍ମସନ୍ତୋଷ ପ୍ରଦାନ କରିବ ।


Share It

Comments are closed.