କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ବୃଷ- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ମିଥୁନ- କର୍ମଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ ।

କର୍କଟ- ସାମାନ୍ୟ ଉଦରପୀଡା ଦେଖାଦେଇପାରେ । କର୍ମଚାପ ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ଆୟ ବାଧା ପ୍ରାତ୍ତ ହେବ । ପାରିବାରିକ ଜୀବନ ଶାନ୍ତରେ କଟିବ ।

ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ ।

କନ୍ୟା- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତି ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି । କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ ।

ତୁଳା- ତରବରରେ କାର୍ଯ୍ୟ କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଅପରାହ୍ନରେ ବନ୍ଧୁ ମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । ଦୂରଯାତ୍ରା କରନ୍ତୁ ନାହିଁ ।

ବିଛା- ମନ ଅସ୍ଥିର ରହିବ । ଆୟ ବାଧାପ୍ରାପ୍ତ ହେବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । କର୍ମକ୍ଷେତ୍ରରେ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ ।

ଧନୁ- ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ଦୃଢମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ମକର- ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ । ଦୂରଯାତ୍ରା ନକରିବା ଭଲ ।

କୁମ୍ଭ- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ ।

ମୀନ- ଦେହ ଓ ମନ ଭଲ ରହିବ । ଆଶାବାଦୀ ହେବେ । ଅସଂପୂର୍ଣ୍ଣ କାର୍ଯ୍ୟ ଆଜି ସଂପୂର୍ଣ୍ଣ କରିବେ । ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ରହିବ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ଦୂରଯାତ୍ରା ସଫଳ ହେବ ।


Share It

Comments are closed.