କିପରି କଟିବ ଆଜି ଆପଣଙ୍କ ଦିନ, ପଢନ୍ତୁ ରାଶିଫଳ
ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ବଦଖର୍ଚ୍ଚ ଓ ଅଯଥା ଖର୍ଚ୍ଚରୁ ମୁକ୍ତ ହେବେ । କର୍ମରେ ସଫଳତା ଓ ଅଟକିଥିବା କର୍ମ ସୁରୁଖୁରୁରେ ସମ୍ପାଦନ କରିବେ । ସମସ୍ତ କର୍ମରେ ଉଚିତ୍ ପଦକ୍ଷେପ ନେବେ ଏବଂ ଅନୁଚିତ୍ କର୍ମ, କୁସଙ୍ଗ ପରିତ୍ୟାଗ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଉଦ୍ଯୋଗ କରିବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୬, ଆରାଧନା- ମା’ ଚଣ୍ଡୀ ।
ବୃଷ: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା, କାର୍ଯ୍ୟଦକ୍ଷତା ଏବଂ କର୍ମକୁଶଳତା ପ୍ରକାଶ ପାଇବ । ଅସତ୍ କର୍ମରୁ ନିବୃତ୍ତ ହେବେ ଏବଂ ସତ୍ କର୍ମ ପ୍ରତି ଆଗ୍ରହୀ ହେବେ । ସମସ୍ତ କର୍ମରେ ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟି ସମ୍ପନ୍ନ ହେବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା-ମା’ କମଳା ।
ମିଥୁନ: ଘାତଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ମାନ, ସମ୍ମାନ ହାନି, ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର ଓ ପରିହାସରେ ମନୋମାଳିନ୍ୟ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମାନ୍ଦା ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ମାନ, ସମ୍ମାନ ହାନି ଏବଂ ସହକର୍ମୀଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ମେରୁନ୍, ଶୁଭସଂଖ୍ୟା-୪, ଆରାଧନା-ମା’ ଛିନ୍ନମସ୍ତା ।
କର୍କଟ: ଅଷ୍ଟମ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ମନରେ ବିରକ୍ତିଭାବ, ଆ•ର, ବ୍ୟବହାର, •ଲିଚଳନ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ କ୍ଷତିରେ •ଲିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଦୁର୍ଘଟଣାର ଶିକାର ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା-ମା’ ସମଲେଶ୍ୱରୀ ।
ସିଂହ : ମୂଲ୍ୟବାନ ଧାତୁ, ବସନ, ଭୂଷଣ କ୍ରୟ କରିବେ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ଏବଂ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରରେ ସୁଖଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଆମୋଦ ପ୍ରମୋଦରେ ମନ ଦେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ରାସ୍ତା ବାହାରିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ, କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଯଶସ୍ୱୀ ହେବେ । ମହିଳାମାନେ ପରିବାରର ମନ ଜିଣିବେ । ଶୁଭରଙ୍ଗ-ଚକୋଲେଟ୍, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ନାରାୟଣ ।
ତୁଳା : ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ସୁଖ୍ୟାତି, ପ୍ରତିପତ୍ତି ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିଲେ ମଧ୍ୟ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ସନ୍ତାନମାନେ ଅବଜ୍ଞା କରିବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ସିଲ୍ଭର, ଶୁଭସଂଖ୍ୟା-୮, ଆରାଧନା-ମା’ ଗାୟତ୍ରୀ ।
ବିଛା: ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ ପରିବହନରେ ଆୟ ଅଧିକ ହେବ । ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଏବଂ ନୂତନ ଯାନବାହନ କ୍ରୟ କରିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଲାଭ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଉଚ୍ଚମନା ହେବେ । ମହିଳାମାନେ ଅତିଥି ସେବା କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।
ଧନୁ: ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ ଓ ଶ୍ରଦ୍ଧାଭାବ ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସୁନାମ ଅର୍ଜନ କରିବେ । ମହିଳାମାନେ ଭାତୃପ୍ରେମୀ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୨, ଆରାଧନା-ପ୍ରଭୁ ଗଜାନନ ।
ମକର: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ଧନ କ୍ଷତି ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ଜାଗ୍ରତ ହେବ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା ।
କୁମ୍ଭ: ଆମୋଦ ପ୍ରମୋଦ ଏବଂ ମଉଜ, ମଜଲିସ୍ ପ୍ରତି ଅଧିକ ଆଗ୍ରହ ରହିବ । ସ୍ୱଜନରେ ସୁସମ୍ପର୍କ ଓ ପଡ଼ୋଶୀଙ୍କର ସହାୟତା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ମାନସିକ, ପାରିବାରିକ ଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ମଉଜ, ମଜଲିସ୍ରେ ମନ ଦେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୬, ଆରାଧନା-ମା’ କାଳୀ ।
ମୀନ: ଘାତଚନ୍ଦ୍ର ହେତୁ ଅପବ୍ୟୟ, ଅପବାଦ ଏବଂ ଅପଯଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା, ବିଳମ୍ବ ଓ ଅନାଗ୍ରହ, ଆଳସ୍ୟତା ଭାବ ଜାଗ୍ରତ ହେବ । ମନରେ ହତୋତ୍ସାହ ଭାବ ଓ ଅସ୍ଥିରତା ପ୍ରକାଶ ପାଇବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା-ମା’ ତାରା ।
Comments are closed.