କିପରି କଟିବ ଆଜି ଆପଣଙ୍କ ଦିନ, ପଢନ୍ତୁ ରାଶିଫଳ

Share It

ମେଷ: ଧନକ୍ଷତି, ମାନସିକ ଅସ୍ଥିରତା, ମୂଲ୍ୟବାନ ପଦାର୍ଥ ନଷ୍ଟ, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ଏବଂ ଖର୍ଚ୍ଚ ଅଧିକ ହେବ। କର୍ମରେ ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଏବଂ ସହକର୍ମୀଙ୍କ ସହ ବିବାଦ ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସତର୍କ ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା- ମା’ ଚଣ୍ଡୀ।

ବୃଷ: ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା ଓ ଯଶ, ସମ୍ମାନ ଲାଭ କରିବେ। ମନରେ ପ୍ରସନ୍ନତା, ଆତ୍ମସନ୍ତୋଷ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦପ୍ରମୋଦରେ ମନଦେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ମା’ ସମଲେଶ୍ୱରୀ ।

ମିଥୁନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ। କର୍ମରେ ସଫଳତା ଓ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଅସତ୍‌ ଚିନ୍ତା, ଅସତ୍‌ ଭାବନା ଏବଂ ଅସତ୍‌ କର୍ମରୁ ନିବୃତ୍ତ ହେବେ ଏବଂ ଅଯଥା ଖର୍ଚ୍ଚରୁ ମୁକ୍ତ ହେବେ। ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ। ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ନାରାୟଣ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛି ମାତ୍ରାରେ ସୁଧାର ଆସିବ। ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିପାରନ୍ତି କିମ୍ବା ନୂତନ ଗୃହ ନିର୍ମାଣ ଆରମ୍ଭ କରିପାରନ୍ତି। କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧, ଆରାଧନା-ଭଗବାନ ଶିବ।

ସିଂହ : କର୍ମରେ ଉନ୍ନତି, କର୍ମରେ ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସଫଳତା ଆଶାଠାରୁ ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ମନରେ ସତ୍‌ଚିନ୍ତା, ସଦ୍‌ଭାବନା ଓ ସତ୍‌କର୍ମ ପ୍ରତି ଅଧିକ ଆଗ୍ରହ ରହିବ। ଯେଉଁମାନଙ୍କର ପୂର୍ବଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଗଜାନନ।

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ। କର୍ମରେ ମାନସମ୍ମାନ ହାନି ଏବଂ ସହକର୍ମୀଙ୍କର ଉପହାସର ପାତ୍ର ହେବେ। ମାନ ସମ୍ମାନ ହାନି ହେବ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ସମ୍ମାନହାନି ଘଟିବ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୮, ଆରାଧନା-ମା’ ଷୋଡ଼ଶୀ।

ତୁଳା : ଅଷ୍ଟମ ଚନ୍ଦ୍ର ହେତୁ ଚାଲିଚଳନ, ଆଚାର, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମାନ୍ଦା ରହିବ ଏବଂ କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ। ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୧୨, ଆରାଧନା-ମା’ କମଳା।

ବିଛା: ଘାତଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ଶାରୀରିକ ପୀଡ଼ା ଏବଂ ପରିବାରାରେ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ମହିଳା ସହକର୍ମୀଙ୍କ ସହ ବିବାଦ ଦେଖାଦେବ । ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବ । ସ୍ତ୍ରୀହେତୁକ ଧନକ୍ଷତି ହେବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ସ୍କନ୍ଦ ।

ଧନୁ: ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ମନରେ ଉତ୍ସାହ ଉଦ୍ଦୀପନା ଭାବ ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ। କର୍ମରେ ସଫଳତା ଏବଂ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ।

ମକର: ଘାତବାର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନ ସମ୍ମାନ ହାନି, କୃତକର୍ମର ପଶ୍ଚାତାପ ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ମାନ ସମ୍ମାନ ହାନି ଘଟିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ। ମହିଳାମାନେ ଅବସାଦଗ୍ରସ୍ତ ହେବେ। ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା।

କୁମ୍ଭ: ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ଉଚ୍ଚ ପଦବୀ, ରାଜକୀୟ ସମ୍ମାନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା ଏବଂ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ ବୁଲାବୁଲିରେ ମନ ଦେବେ। ମହିଳାମାନେ ଅତିଥି ଚର୍ଚ୍ଚା କରିବେ। ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୧୧, ଆରାଧନା-ମା’ କାଳୀ ।

ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ବ୍ୟବସାୟର ଶାଖା କିମ୍ବା ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ। ମନରେ ପ୍ରସନ୍ନତା, ଆତ୍ମବିଶ୍ୱାସ ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ମା’ ତାରା।


Share It

Comments are closed.