ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର, ଜାଣନ୍ତୁ


ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ ।

ବୃଷ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ମିଥୁନ- ଶାରୀରିକ କ୍ଲେଶ ବୃଦ୍ଧି ପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂର ଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

କର୍କଟ- ଶାରୀରିକ ସୁସ୍ଥତା ବୋଧ ହେବ । କାର୍ଯ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର୍ଯ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।

ସିଂହ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଏବଂ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

କନ୍ୟା- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।

ତୁଳା- ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

ବିଛା- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ଧନୁ- ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ମକର- ଅସୁସ୍ଥତା ଦେଖାଦେଇପାରେ । କର୍ମକ୍ଷେତ୍ରରେ ଚିନ୍ତାଗ୍ରସ୍ତ ରହିପାରନ୍ତି । ଦୂରଯାତ୍ରା କରନ୍ତୁ ନାହିଁ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ମଧ୍ୟମ ଧରଣର ଫଳ ଦେବ ।

କୁମ୍ଭ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

ମୀନ- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିବ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।


Share It

Comments are closed.