କିପରି କଟିବ ଆଜି ଆପଣଙ୍କ ଦିନ, ପଢନ୍ତୁ ରାଶିଫଳ
ମେଷ: ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ଧନ, ସମ୍ପତ୍ତି, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ଓ ଉଚ୍ଚପଦବୀ, ଉଚ୍ଚ ସମ୍ମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସୁନାମ ଅର୍ଜନ କରିବେ । ମହିଳାମାନେ ଅତିଥି ସେବା କରିବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ସ୍କନ୍ଦ ।
ବୃଷ: ଘାତବାର ଓ ତୃତୀୟ ଚନ୍ଦ୍ର ହେତୁ କର୍ମରେ ଓ ବ୍ୟବସାୟରେ ଯେତେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ପରିବାରରେ ସୁଖଶାନ୍ତି ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଧ୍ୟାନ ଦେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ଶ୍ରୀରାମ ।
ମିଥୁନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଓ ବଦଖର୍ଚ୍ଚ, ଅଯଥା ଖର୍ଚ୍ଚ ଅଧିକ ହେବ । ମାନସିକ ଅବସାଦ ଓ ଦୁଶ୍ଚିନ୍ତା ବୃଦ୍ଧି ପାଇବ । କର୍ମରେ ବାଧାବିଘ୍ନ, କର୍ମ ପ୍ରତି ଅବହେଳା ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଆର୍ଥିକ କାରବାର କଲାବେଳେ ସତର୍କ ହେବେ ଓ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ମା’ ତ୍ରିପୁରସୁନ୍ଦରୀ ।
କର୍କଟ: ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଦିନଟି କଟିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରରେ ସୁଖଶାନ୍ତି ଓ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବୁଲାବୁଲିରେ ମନଦେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧, ଆରାଧନା-ମା’ ସମଲେଶ୍ୱରୀ ।
ସିଂହ : ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ ଓ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଓ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ମନରୁ ନକାରାତ୍ମକ ଚିନ୍ତାଧାରା ଲୋପ ପାଇବ ଓ ସକାରାତ୍ମକ ଚିନ୍ତାଧାରା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ପୂର୍ବ ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଉଦ୍ଯୋଗ କରିବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଗଜାନନ ।
କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କରିବା ପାଇଁ ଚେଷ୍ଟା କରିବେ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ନିମନ୍ତେ ପ୍ରୟାସ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ମନୋନିବେଶ କରିବେ । ମହିଳମାନେ ଆୟର ପନ୍ଥା ନିରୂପଣ କରିବେ । ଶୁଭରଙ୍ଗ-ଚକୋଲେଟ୍, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ନାରାୟଣ ।
ତୁଳା : ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ସଫଳତା ଓ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ସତ୍ଚିନ୍ତା ଓ ସତ୍ଭାବନା ପ୍ରକାଶ ପାଇବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ସ୍ୱାଭିମାନୀ ହେବେ । ଶୁଭରଙ୍ଗ-ସିଲ୍ଭର, ଶୁଭସଂଖ୍ୟା-୨, ଆରାଧନା-ମା’ ଗାୟତ୍ରୀ ।
ବିଛା: ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା ଓ ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କ ସହ ସମ୍ପର୍କ ଛିନ୍ନ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ସ୍ୱଳ୍ପ ହେବ ଓ ମନ ଚାପଗ୍ରସ୍ତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଜ୍ୟୋଷ୍ଠା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଅପମାନ ଓ ଅପଯଶ ପାଇବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ମା’ ଚଣ୍ଡୀ ।
ଧନୁ: ଅଷ୍ଟମ ଚନ୍ଦ୍ର ହେତୁ ମନରେ ବିରକ୍ତିଭାବ ପ୍ରକାଶ ପାଇବ ଓ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ । ଅସତ୍ ଚିନ୍ତା, ଅସତ୍ ଭାବନା ଏବଂ ଅସତ୍ କର୍ମରେ ମନ ଓ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ସ୍ୱଳ୍ପ ଆୟ ଓ କର୍ମରେ ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।
ମକର: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନଲାଭ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ଓ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ମଉଜ, ମଜଲିସ୍ରେ ମନ ଦେବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ମା’ ଦୁର୍ଗା ।
କୁମ୍ଭ: ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତ କର୍ମରେ ଆଜି ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଯଶସ୍ୱୀ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା-ମା’ କାଳୀ ।
ମୀନ: କୃଷ୍ଟପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ବିଦ୍ୟା, ସନ୍ତାନ, ପିତାମାତା, ଯଶ, ସମ୍ମାନ ଓ କର୍ମ-ଏହି ପାଞ୍ଚଟି କର୍ମରେ ଅଶୁଭ ଫଳ ମିଳିବ । ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ସ୍ୱଳ୍ପ ହେବ ଓ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ବିବାଦ ହେବ । ମନ ଅସ୍ଥିର ରହିବ ଏବଂ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ଗୋଲାପି, ଶୁଭସଂଖ୍ୟା-୯, ଆରାଧନା-ମା’ ଧୂମାବତୀ ।
Comments are closed.