କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ
ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଓ ଶତ୍ରୁମାନେ ବଶୀଭୂତ ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଶୁଭଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ପରିବାରର ସମ୍ମାନ ପାଇବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା- ମା’ ଚଣ୍ଡୀ ।
ବୃଷ: ଘାତଚନ୍ଦ୍ର ହେତୁ ମାନସମ୍ମାନ ହାନି, ମାନସିକ ଅସ୍ଥିରତା, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଓ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସହକର୍ମୀଙ୍କ ସହ ମତାନ୍ତର ଓ ତାଙ୍କ ଉପହାସର ପାତ୍ର ହେବେ। ସନ୍ତାନମାନଙ୍କ କର୍ମକୁ ନେଇ ଦୁଃଖୀ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ କର୍ମ ପ୍ରତି ବିମୁଖ ହେବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ। ଶୁଭରଙ୍ଗ-ସିଲ୍ଭର, ଶୁଭସଂଖ୍ୟା-୧୨, ଆରାଧନା- ମା’ ସମଲେଶ୍ୱରୀ।
ମିଥୁନ: ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେବ। ସ୍ୱଜନରେ ବିବାଦ, ଯାନବାହନରେ ଯାନ୍ତ୍ରିକ ତ୍ରୁଟି, ପରିବାରରେ ଅଶାନ୍ତି, ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ମାଲି ମକଦ୍ଦମାରେ ପଡ଼ିପାରନ୍ତି । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବୁଲାବୁଲିରେ ମନ ଦେବେ। ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ। ଶୁଭରଙ୍ଗ-ମେରୁନ୍, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ନାରାୟଣ ।
କର୍କଟ: ପରିବାର ସଦସ୍ୟଙ୍କ ପ୍ରତି ସ୍ନେହଭାବ ଓ ଭାଇଭଉଣୀଙ୍କ ପ୍ରତି ଶ୍ରଦ୍ଧାଭାବ ଜାତ ହେବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଧ୍ୟାନ ଦେବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧, ଆରାଧନା-ଭଗବାନ ଶିବ।
ସିଂହ : ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବା ଅନ୍ୟକୁ ଦେଇଥିବା ଧନ ଫେରିପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ମାତଙ୍ଗୀ।
କନ୍ୟା: ଶ୍ରୀଚନ୍ଦ୍ର ହେତୁ ଧନ, ମାନ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ଫଳ ମିଳିବ। ମନରେ ପ୍ରସନ୍ନତା, ଆତ୍ମସନ୍ତୋଷ, ସଦ୍ଭାବନା, ସତ୍ଚିନ୍ତା ପ୍ରକାଶ ପାଇବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଆମୋଦପ୍ରମୋଦରେ ମନ ଦେବେ। ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୮, ଆରାଧନା-ମା’ ଛିନ୍ନମସ୍ତା।
ତୁଳା : ଦ୍ୱାଦଶ ଚନ୍ଦ୍ର ଓ ଘାତବାର ହେତୁ ପାଞ୍ଚ ଟଙ୍କା ଆୟ ହେଲେ ପଚିଶ ଟଙ୍କା ଖର୍ଚ୍ଚ ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ। କର୍ମରେ ଆଳସ୍ୟତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀରାମ।
ବିଛା: ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ରହିବ ଓ ଧନର ସତ୍ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ ଓ ବହୁତ ଭାବିଚିନ୍ତି ଧନ ଖର୍ଚ୍ଚ କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଉଦ୍ଯୋଗ କରିବେ । ମହିଳାମାନେ ଆୟର ପନ୍ଥା ଅନ୍ୱେଷଣ କରିବେ। ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।
ଧନୁ: କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କରିବେ। ସମସ୍ତ କର୍ମରେ ସଫଳତା ପାଇବେ ଓ ଆପଣଙ୍କ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। ସତ୍ଚିନ୍ତା, ସତ୍ଭାବନା ଓ ସମସ୍ତ କର୍ମରେ ଦୂରଦୃଷ୍ଟି ସମ୍ପନ୍ନ ହେବେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଉଦ୍ଯୋଗ କରିବେ। ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ।
ମକର: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ କିଛିଟା ସୁଧାର ଆସିବ। କର୍ମରେ ସଫଳତା, ସମ୍ମାନ ଓ ପଦସ୍ଥ କର୍ମଚାରୀଙ୍କ କୃପାଲାଭ କରିବେ। ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ହେବ। ଗୁରୁଜନଙ୍କ କୃପା ଓ ପିତାମାତାଙ୍କ ଆଶୀର୍ଭାଦ ଲାଭ କରିବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଉପକୃତ ହେବେ। ବିଦ୍ୟାର୍ଥୀ ଯଶସ୍ୱୀ ହେବେ। ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୧୧, ଆରାଧନା-ମା’ ଦକ୍ଷିଣକାଳୀ ।
କୁମ୍ଭ: ଘାତବାର ଓ ଅଷ୍ଟମ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ଶାରୀରିକ ପୀଡ଼ା ଓ ପରିବାରରେ ଅଶାନ୍ତି ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ। କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଆଚାର, ବ୍ୟବହାର, ଚାଲିଚଳନ ବିବାଦୀୟ ହେବ ଓ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରୁ ଦୂରେଇଯିବେ। ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ। ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା ।
ମୀନ: କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ଉତ୍ତମ ସ୍ୱାସ୍ଥ୍ୟ, ସମ୍ପଦ, ପରିବାରରେ ସୁଖଶାନ୍ତି ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସୁନାମ ଅର୍ଜନ କରିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା- ପ୍ରଭୁ ଗଜାନନ।
Comments are closed.