କିପରି କଟିବ ଆଜି ଆପଣଙ୍କ ଦିନ, ପଢନ୍ତୁ ରାଶିଫଳ
ମେଷ: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ଉନ୍ନତି କରିବା ପାଇଁ ନୂତନ କଳାକୌଶଳ ପ୍ରୟୋଗ କରିବେ ଏବଂ ସମସ୍ତ କର୍ମରେ ସଫଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଧ୍ୟାନ ଦେବେ। ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧୧, ଆରାଧନା- ମା’ ଚଣ୍ଡୀ।
ବୃଷ: ଘାତବାର ଓ ନବମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଅସ୍ଥିରତା ଓ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ। କର୍ମରେ ସଫଳତା ଓ ସମ୍ମାନ ମିଳିବ। ଗୁରୁଜନଙ୍କ କୃପା ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପାଇବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଯଶସ୍ୱୀ ହେବେ । ମହିଳାମାନେ ଭାଗ୍ୟବାଦୀ ହେବେ। ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା-ପ୍ରଭୁ ଶ୍ରୀରାମ।
ମିଥୁନ: ଅଷ୍ଟମ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବାଧାବିଘ୍ନ, ଆଳସ୍ୟତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଆଚାର, ବ୍ୟବହାର, ଚାଲିଚଳନ ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ। ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ଚକୋଲେଟ୍, ଶୁଭସଂଖ୍ୟା-୪, ଆରାଧନା-ମା’ ଛିନ୍ନମସ୍ତା ।
କର୍କଟ: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନଲାଭ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ, କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ଲାଭ କରିବେ । ମୂଲ୍ୟବାନ ଧାତୁ, ବସନଭୂଷଣ କିମ୍ବା ଗୃହ ଉପକରଣ କ୍ରୟ କରିବେ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ମଉଜ ମଜଲିସରେ ମନ ଦେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା-ମା’ ଭୁବନେଶ୍ୱରୀ ।
ସିଂହ : ଘାତବାର ଓ ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ପ୍ରତି ସତର୍କ ହେବେ ଏବଂ ବାକ୍ସଂଯମତା ରକ୍ଷା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠିକ୍ଠାକ୍ ରହିଲେ ମଧ୍ୟ ଖର୍ଚ୍ଚକୁ ନିଅଣ୍ଟ ପଡ଼ିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେବ । ଅଯଥା ଶତ୍ରୁବୃଦ୍ଧି ଘଟିବ ଏବଂ ପରିବାରରେ ମନୋମାଳିନ୍ୟ ଘଟିବ । ଯେଉଁମାନଙ୍କର ପୂର୍ବଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ବିମୁଖ ହେବେ। ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଘାତବାର ଓ ପଞ୍ଚମ ଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ରାସ୍ତା ମିଳିବ। ଶତ୍ରୁମାନେ ବଶତା ସ୍ୱୀକାର କରିବେ ଏବଂ ଋଣମୁକ୍ତ ହେବାର ଉଦ୍ୟମ ଜାରି ରଖିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ମନୋନିବେଶ କରିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ। ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ନାରାୟଣ ।
ତୁଳା : ମାନସିକ ଅସ୍ଥିରତା, ମାଲିମକଦ୍ଦମା, ସ୍ୱଜନରେ ବିବାଦ, ପରିବାରରେ ଅଶାନ୍ତି, ଶାରୀରିକ ପୀଡ଼ା ଓ ଚୌରଭୟର ଆଶଙ୍କା ରହିଛି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ହେବ ଏବଂ କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେହେବ। ଆର୍ଥିକ କାରବାର ଓ ବାଦବିବାଦରୁ ଦୂରେଇ ରହିବେ। ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ପରିବାରରେ କଳହ ସୃଷ୍ଟି କରିବେ। ଶୁଭରଙ୍ଗ-ସିଲ୍ଭର, ଶୁଭସଂଖ୍ୟା-୪, ଆରାଧନା-ମା’ ସମଲେଶ୍ୱରୀ।
ବିଛା: କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବା ଲାଗି ପ୍ରୟାସ ଜାରି ରଖିବେ । କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଉଦ୍ଯୋଗ କରିବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ । ଶୁଭରଙ୍ଗ-ମେରୁନ୍, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ।
ଧନୁ: ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ, କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଧନର ସତ୍ବିନିଯୋଗ ଓ ଉନ୍ନତିମୂଳକ କର୍ମରେ ଧନଖର୍ଚ୍ଚ କରିବେ । ଯେଉଁମାନଙ୍କର ଉତ୍ତରଷାଢ଼ା ଧନୁ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସଞ୍ଚୟରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଗଜାନନ।
ମକର: ଧନ, ମାନ, ସମ୍ମାନ, ସୁଖ୍ୟାତି, ସାମାଜିକ ପ୍ରତିଷ୍ଠା, ସ୍ୱଜନ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ସମୟ ଦେବେ ଓ ମନରେ ସନ୍ତୋଷଭାବ ପ୍ରକାଶ ପାଇବ। ବାଣିଜ୍ୟରେ ମଧ୍ୟମ ଆୟ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ଫଳ ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସୁନାମ ଅର୍ଜନ କରିବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା-ମା’ ଦୁର୍ଗା ।
କୁମ୍ଭ: ଅପବ୍ୟୟ, ଅପବାଦ, ଅପଯଶ ଓ ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ । ଆୟ ପାଞ୍ଚଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ। କର୍ମରେ ଆଳସ୍ୟତା ଓ ଅନାଗ୍ରହ ଭାବ ଜାଗ୍ରତ ହେବ । ଭୁଲ୍ ନିଷ୍ପତ୍ତି ଓ ଅନୁଚିତ କର୍ମକୁ ଅଧିକ ପ୍ରଶ୍ରୟ ଦେବେ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୬, ଆରାଧନା-ମା’ ଦକ୍ଷିଣକାଳୀ।
ମୀନ: ଧନ ପାଇଁ ମନ ଅଧିକ ବ୍ୟାକୁଳ ହେବ ଏବଂ ବାଣିଜ୍ୟ, ବ୍ୟବସାୟରେ ଅଧିକ ଆୟ କରିବା ନିମନ୍ତେ ଉନ୍ନତ କଳାକୌଶଳ ଓ ବାକ୍ଚାତୁରୀ ପ୍ରକାଶ କରିବେ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କିମ୍ବା ଭୂମି କ୍ରୟ କରିବା ପାଇଁ ଚିନ୍ତା କରିବେ କିମ୍ବା ଗୃହାରମ୍ଭ କରିବେ । କର୍ମରେ ସଫଳତା, ସମ୍ମାନ ଏବଂ କର୍ମସ୍ଥାନର ସମସ୍ତ ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଉଚ୍ଚମନା ହେବେ । ମହିଳାମାନେ ଆୟର ପନ୍ଥା ନିରୂପଣ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ମା’ ତାରା ।
Comments are closed.