କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ
ମେଷ- ମାନସିକ ଶାନ୍ତି ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।
ବୃଷ- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହୁଅନ୍ତୁ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ଦୂରଯାତ୍ରା ଶୁଭପ୍ରଦ ହେବ । ଛାତ୍ରଛାତ୍ରୀଙ୍କ ମନ ଖେଳକୁଦରେ ରହିବ ।
ମିଥୁନ- ଶାରୀରିକ ସୁସ୍ଥତା ବୋଧ ହେବ । କାର୍ଯ୍ୟାଳୟରେ ଦାୟିତ୍ୱର ସହ ସମସ୍ତ ନ୍ୟସ୍ତ କାର୍ଯ୍ୟ ନିର୍ବାହ କରିବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ପରିବାରରେ ଗୁରୁଜନଙ୍କ ସ୍ନେହଶ୍ରଦ୍ଧା ତଥା ଆଶୀର୍ବାଦ ପ୍ରାପ୍ତ ହେବ ।
କର୍କଟ- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।
ସିଂହ- ଶାରୀରିକ କ୍ଲେଶ ବୃଦ୍ଧି ପାଇବ । ମାନସିକ ଅବସାଦ ଦେଖାଦେବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଘାତଚନ୍ଦ୍ର ଭୋଗ ହେତୁ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡିମଟର ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କନ୍ୟା- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।
ତୁଳା- ଶରୀର ଅସୁସ୍ଥ ରହିପାରେ । ମାନସିକ ସ୍ତରରେ ସାମାନ୍ୟ ଚିନ୍ତା ରହିପାରେ । କାର୍ଯ୍ୟାଳୟରେ ଅପଦସ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନରେ କଳହ ସୃଷ୍ଟି ହୋଇପାରେ । ଦୂରଯାତ୍ରା ନକରିବା ଭଲ ।
Comments are closed.