କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ ରାଶି:- ଶାରୀରିକ ସୁସ୍ଥତା ବୋଧ ହେବ । ପ୍ରତ୍ୟେକଟି କାର୍ଯ୍ୟକୁ ସଫଳ ରୂପାୟନ ଦେବେ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ନୂତନ ବସ୍ତ୍ରାଦି କ୍ରୟ କରିବେ । ବ୍ୟୟ ଭରା ବୃଦ୍ଧି ପାଇବ ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।

ବୃଷ ରାଶି:- ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗି ରହିବ । ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।

ମିଥୁନ ରାଶି:- ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।

କର୍କଟ ରାଶି:- ଦିନଟି ଆପଣଙ୍କ ସପକ୍ଷରେ । ମାନସିକ ଓ ଶାରୀରିକ ସୁସ୍ଥତା ମିଳିବ । ଶତ୍ରୁ ପରାଜିତ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖଶାନ୍ତି ଭୋଗ କରିବେ ।

ସିଂହ ରାଶି:- ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ ।

କନ୍ୟା ରାଶି:- ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । ବୃଥା ନିନ୍ଦା ଅପବାଦ ମିଳିପାରେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଅର୍ଥହାନି ହେବ ।

ତୁଳା ରାଶି:- ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ବିଛା ରାଶି:- ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।

ଧନୁ ରାଶି:- ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।

ମକର ରାଶି:- ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

କୁମ୍ଭ ରାଶି:- ଦେହ ଓ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମୀନ ରାଶି:- ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।


Share It

Comments are closed.