କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ


ମେଷ- ମନ ବିଷର୍ଣ୍ଣ ରହିବ । ମାନସିକ ଶାନ୍ତି ବାଧାପ୍ରାପ୍ତ ହେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ ।

ବୃଷ- ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ମିଥୁନ- ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

କର୍କଟ- ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।

ସିଂହ- ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।

କନ୍ୟା- ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି ।

ତୁଳା- ମନ ପ୍ରସନ୍ନ ରହିବ । ତୀର୍ଥ ଯାତ୍ରା କରିବେ । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

ଧନୁ- କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ ।

ମକର- ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

କୁମ୍ଭ- ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ- ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।


Share It

Comments are closed.