କିପରି କଟିବ ଆଜି ଆପଣଙ୍କ ଦିନ ପଢନ୍ତୁ ରାଶିଫଳ


ମେଷ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ହେତୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତି ଲୋପ ପାଇବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ସମସ୍ତଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ, ଚୋ, ଲା ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା : ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ କୌଣସି ବୈବାହିକ କର୍ମରେ ଯୋଗଦାନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଏବଂ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ।

ମିଥୁନ: ନୂତନ କର୍ମାରମ୍ଭର ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିବେ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ପ୍ରସନ୍ନତା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗଶିରାଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ।

କର୍କଟ: ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହି, ହୋ ହା, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପଯଶ ଓ ଅପନିନ୍ଦାରୁ ମୁକ୍ତ ହେବେ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରୁ କୁଚିନ୍ତା, କୁଭାବନା ଅପସରିଯିବ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ସମସ୍ତ କର୍ମରେ ସଫଳତା ଏବଂ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ବିଶେଷ ରହିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦାନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଓ ସଞ୍ଚୟରେ ଅଧିକ ଆଗ୍ରହ ରହିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୪, ଆରାଧନା: ମା’ କମଳା ।

ବିଛା: ଦଶମ ଚନ୍ଦ୍ର, ନବମୀ ତିଥି ଓ ଗୁରବାର ଯୋଗୁ କର୍ମରେ ଉନ୍ନତି, ନୂତନ କର୍ମାରମ୍ଭ ଏବଂ ନୂତନ ନିଯୁକ୍ତି ମିଳିପାରେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ ନବମୀ ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଏବଂ ପରିବାରରେ ମନୋମାଳିନ୍ୟ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯ, ଯୋ, ଭା, ଭୀ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ, ଚାଲିଚଳନରେ ଅସ୍ୱାଭାବିକତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ରହିବ ଏବଂ କର୍ମରେ ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୬, ଆରାଧନା : ମା’ ଦୁର୍ଗା।

କୁମ୍ଭ: ସ୍ତ୍ରୀ ସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୌଣସି ବୈବାହିକ କର୍ମରେ ଯୋଗଦେବେ ଏବଂ ନିଜର ସନ୍ତାନସନ୍ତତିଙ୍କ ବୈବାହିକ କର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ।

ମୀନ: ଷଷ୍ଠ ଚନ୍ଦ୍ର, ଗୁରୁବାର, ନବମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୭, ଆରାଧନା: ପ୍ରଭୁ ଗଜାନନ।


Share It

Comments are closed.