ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଶୁଭରେ କଟିବ ଦିନ


ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

ବୃଷ- ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ- ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ ।

କର୍କଟ- ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ସିଂହ- ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

କନ୍ୟା- ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

ତୁଳା- ଶରୀର ସୁସ୍ଥ ରହିବ । ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ । ବିଛା- ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ ।

ଧନୁ- ନିଜ ସ୍ୱାସ୍ଥ୍ୟ ବିଷୟକୁ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ । ଦୂରଯାତ୍ରା ନକରିବା ଭଲ ।

ମକର- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।


Share It

Comments are closed.