କିପରି କଟିବ ଆଜିର ଦିନ ଜାଣନ୍ତୁ, ପଢନ୍ତୁ ଆପଣଙ୍କ ରାଶିଫଳ
ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି, ଧନକୁ ନେଇ ବିବାଦ, ମାଲି ମକଦ୍ଦମା, ପରିବାରରେ ଅଶାନ୍ତି ଓ ଶାରୀରିକ ପୀଡ଼ା ଭୋଗିବେ । ଆର୍ଥିକ କାରବାର କଲାବେଳେ ସତର୍କ ରହିବେ ଓ ବାଦବିବାଦରୁ ଦୂରେଇ ରହିବେ । କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ଭାବ ଜାଗ୍ରତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ କର୍ମରେ ଅବହେଳା କରିବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୩, ଆରାଧନା-ମା’ ବଗଳାମୁଖୀ ।
ବୃଷ: ଆମୋଦ ପ୍ରମୋଦ ଓ ମଉଜ, ମଜଲିସ୍ରେ ଅଧିକ ସମୟ ଦେବେ । ମନରେ ପ୍ରସନ୍ନତା, ଉତ୍ସାହ, ଉଦ୍ଦୀପନା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସୁନାମ ଅର୍ଜନ କରିବେ । ମହିଳାମାନେ ସୌଭଗ୍ୟବତୀ ହେବେ । ଶୁଭରଙ୍ଗ-ସିଲ୍ଭର, ଶୁଭସଂଖ୍ୟା-୨, ଆରାଧନା-ମା’ କମଳା ।
ମିଥୁନ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ଆସିବ ନାର୍ହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ ଏବଂ କର୍ମସ୍ଥାନର ସମସ୍ତ ବକେୟା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ମେରୁନ୍୍, ଶୁଭସଂଖ୍ୟା-୪, ଆରାଧନା- ମା’ ଷୋଡ଼ଶୀ ।
କର୍କଟ: ଆୟର ମାର୍ଗ ଅଧିକ ହେବା ପାଇଁ ନୂତନ କଳାକୌଶଳ ଆପଣାଇବେ ଏବଂ ସେଥିରେ ସଫଳତା ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆର୍ଥିକ ଅବସ୍ଥାରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଧ୍ୟାନ ଦେବେ । ମହିଳାମାନେ ସ୍ୱାଭିମାନୀ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧, ଆରାଧନା-ଭଗବାନ ଶିବ ।
ସିଂହ : କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଜି ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଓ ବ୍ୟବସାୟରେ ଉନ୍ନତି ଦେଖାଦେବ । ଯେଉଁମାନଙ୍କର ମଘା ସିଂହ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା-ମା’ ମାତଙ୍ଗୀ ।
କନ୍ୟା: କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ଗୁରୁଜନଙ୍କ ସହ ବିବାଦ, ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଓ ମାନ, ସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଓ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । କର୍ମରେ ସମ୍ମାନ ହାନି, ବିଫଳତା ଓ ପଦସ୍ଥ କର୍ମ•ରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ନାରାୟଣ ।
ତୁଳା : ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦଖର୍ଚ୍ଚ ଅଧିକ ହେବ । କର୍ମରେ ଆଳସ୍ୟତା ଓ ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅସଫଳ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା-ମା’ ସମଲେଶ୍ୱରୀ ।
ବିଛା: ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଓ ପରିବହନରେ ଅଧିକ କ୍ଷତି ହେବ । ମନରେ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । କର୍ମରେ ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେହେବ । ଦୁର୍ଘଟଣା, େ•ର ଭୟ ଓ ମାଲି ମକଦ୍ଦମା ଘଟିପାରେ । ଯେଉଁମାନଙ୍କର ବିଶାଖା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବୁଲାବୁଲିରେ ମନ ଦେବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।
ଧନୁ: ମାନ, ସମ୍ମାନ, ଉଚ୍ଚ ପଦବୀ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଲାଭ କରିବେ । ଆଜି କୌଣସି କାମ ହାତକୁ ନେବେ ଓ ସେଥିରେ ସଫଳତା ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ମୂଳା ଓ ପର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଉଚ୍ଚମନା ହେବେ । ମହିଳାମାନେ ଯଶସ୍ୱୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।
ମକର: ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା ଏବଂ ଇତର ଜନ ଠାରୁ ଅପମାନ ପାଇବେ । ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଫଳ କମ୍ ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅନାଗ୍ରହୀ ହେବେ । ମହିଳାମାନେ ଦୁଃଖୀ ହେବେ । ଶୁଭରଙ୍ଗ-ମାଟିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।
କୁମ୍ଭ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଓ କୌଣସି ସଙ୍ଗଠନ କିମ୍ବା ସଭାର ନେତୃତ୍ୱ ନେବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ବୁଲାବୁଲିରେ ମନ ଦେବେ । ମହିଳାମାନେ ସ୍ୱାଭିମାନୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ମା’ ବିମଳା ।
ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଅଧିକ ଆୟ ହେବ ଏବଂ କୌଣସି ବିଶେଷ ସୂତ୍ରରୁ ଧନ ମିଳିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ସମ୍ମାନ ବୃଦ୍ଧି ଘଟିବ । ପରିବାରରେ ସୁଖଶାନ୍ତି ଓ ଦେହ ମନ ସୁସ୍ଥ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଯଶସ୍ୱୀ ହେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୯, ଆରାଧନା-ମା’ ତାରା ।
Comments are closed.