ଦେଶରେ ୮୩ ଲକ୍ଷ ପାର କଲା ସଂକ୍ରମଣ, ଗତ ୨୪ ଘଂଟାରେ ପୁଣି ୫୦୨୦୯ ପଜିଟିଭ ଚିହ୍ନଟ

Share It

ଗତ କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୦୦୦ତଳକୁ ରହୁଥିବା ବେଳେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦,୦୦୦ପାର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୫୦ ହଜାର ୨୦୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୩ ଲକ୍ଷ ୬୪ହଜାର ୦୮୬ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଆକ୍ରାନ୍ତଙ୍କ ସଂଖ୍ୟା ସହ ଆଜି ମୃତ୍ୟୁ ସଂଖ୍ୟା ୫୦୦ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୭୦୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ହଜାର ୩୧୫ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୭ଲକ୍ଷ ୧୧ହଜାର ୮୦୯ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୫୫ ହଜାର ୩୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୫ ଲକ୍ଷ ୨୭ହଜାର ୯୬୨ ଜଣ।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୯ ହଜାର ୪୨୫ ନମୁନା ପରୀକ୍ଷା ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୧୧,୪୨,୦୮, ୩୮୪ନମୁନା ପରୀକ୍ଷା ହୋଇ ସାରିଲାଣି।


Share It

Comments are closed.