ହ୍ରାସ ପାଉଛି ସଂକ୍ରମଣ, ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ


ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ୱସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୭୫ ହଜାର ୮୮୧ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୦୬ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୯ ହଜାର ୮୫୬କୁ ବୃଦ୍ଧି ପାଇଛି। ଦେଶରେ ଏବେ ୮ ଲକ୍ଷ ୩୮ ହଜାର ୭୨୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୬୨ ଲକ୍ଷ ୨୭ ହଜାର ୭୨୯ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Share It

Comments are closed.