ଦେଶରେ କରୋନା ତାଣ୍ଡବ : ଗୋଟିଏ ଦିନରେ ୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୧୦୩୮ ମୃତ


ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଡିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୦୩୮ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୭୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୦୩୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୦ ଲକ୍ଷ ୭୪ହଜାର ୫୬୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୩ ହଜାର ୧୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୭୧୮୭୭।


Share It

Comments are closed.