ଗତ ୨୪ ଘଣ୍ଟାରେ ଦେଶରେ ୨୭ ହଜାରରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ, ୨୧୯ ମୃତ


ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୭୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୧୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୬୪ ହଜାର ୧୭୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୮୭୪ରେ ପହଞ୍ଚିଛି। ଏବେ ଦେଶରେ ୩୭୪୨୬୯ ସକ୍ରିୟ ମାମଲା ରହିଛି ।ସେହିପରି ୩୨୪୪୭୦୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Share It

Comments are closed.