ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୨୯ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ


ଦେଶରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ଜାରି ରହିଛି। ଅବଶ୍ୟ, ଗତ ୨୪ ଘଂଟା ମଧ୍ୟରେ କରୋନାରୁ ମୃତ୍ୟୁ ଏବଂ ସଂକ୍ରମଣରେ କିଛି ମାତ୍ରାରେ ହ୍ରାସ ଘଟିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଗତ ୨୪ ଘଂଟାରେ ଦେଶରେ ୩ ଲକ୍ଷ ୨୯ ହଜାର ୯୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୮୦୦ ଟପିଛି । ୨୪ ଘଂଟା ମଧ୍ୟରେ ୩୮୭୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୯ ଲକ୍ଷ ୯୨ ହଜାର ୫୧୭ରେ ପହଞ୍ଚିଛି।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୯ ହଜାର ୯୯୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୯୦ ଲକ୍ଷ ୨୭ ହଜାର ୩୦୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୧୫୨୨୧।


Share It

Comments are closed.