ଦେଶରେ ୮୯ ଲକ୍ଷ ଟପିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୩୮,୬୧୭ ନୂଆ ଆକ୍ରାନ୍ତ

Share It

ଭାରତରେ କରୋନାଭାଇରସ୍ ସଂକ୍ରମଣ (କୋଭିଡ୍ -୧୯) ୮୯ ଲକ୍ଷ ଅତିକ୍ରମ କରି ୮,୯୧୨,୯୦୭ ରେ ପହଞ୍ଚିଛି ବୋଲି ବୁଧବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୩୮ ହଜାର ୬୧୭ ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୯ ଲକ୍ଷ ଟପିଯାଇଛି ଓ ୪୭୪ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା୮୯୧୨୯୦୭ ରେ ପହଞ୍ଚିଛି । ଏହା ମଧ୍ୟରୁ ୪୪୬୮୦୫ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୩୦୯୯୩କୁ ବୃଦ୍ଧି ପାଇଛି । ତେବେ ଭଲ ଖବର ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୩୩୫୧୦୯ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ କୋଟି ୫୫ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୩.୩୭ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ।


Share It

Comments are closed.