ଦେଶରେ ଅସମ୍ଭାଳ ସ୍ଥିତି:୨୪ ଘଂଟାରେ ୪ ଲକ୍ଷରୁ ଅଧିକ କେସ୍, ୪୧୮୭ ମୃତ
ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଂଟା ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୮୭ଜଣଙ୍କ ମୃତ୍ୟୁ ହୋଇଛି ।
India reports 4,01,078 new #COVID19 cases, 3,18,609 discharges, and 4,187 deaths in the last 24 hours, as per Union Health Ministry
Total cases: 2,18,92,676
Total discharges: 1,79,30,960
Death toll: 2,38,270
Active cases: 37,23,446Total vaccination: 16,73,46,544 pic.twitter.com/QRK5bnwMkO
— ANI (@ANI) May 8, 2021
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪ ଲକ୍ଷ ୧ ହଜାର ୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୧୮୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୮ ଲକ୍ଷ ୯୨ ହଜାର ୬୭୬ରେ ପହଞ୍ଚିଛି।
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୭୯ ଲକ୍ଷ ୩୦ ହଜାର ୯୬୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୨୩୪୪୬।
Comments are closed.