ଜିଓ ପକ୍ଷରୁ ଓଡ଼ିଶାରେ ଟ୍ରୁ-୫ଜିର ଶୁଭାରମ୍ଭ


ଭୁବନେଶ୍ୱର, ୦୫/୦୧/୨୦୨୩: ମାନ୍ୟବର କେନ୍ଦ୍ର ଯୋଗାଯୋଗ, ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମାନ୍ୟବର କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଅତୁଲ୍ୟ ଭାରତର ଆତ୍ମା ଭାବେ ପରିଚିତ ଓଡ଼ିଶାରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛନ୍ତି ଏବଂ ଏହି ଅବସରରେ ଜିଓ ଟ୍ରୁ-୫ଜିର ପ୍ରତିଶ୍ରୁତିପୂର୍ଣ୍ଣ ବ୍ୟବହାରର ଅନୁଭୂତି ମଧ୍ୟ ହାସଲ କରିଛନ୍ତି । ଆଜିଠାରୁ ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ରୁପାର ସହର କଟକ ଜିଓ ଟ୍ରୁ-୫ଜି ସେବା ହାସଲ କରିବାରେ ଓଡ଼ିଶାର ପ୍ରଥମ ସହର ହୋଇଛନ୍ତି ।

ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାରେ ୫ଜି ସେବାର ଉଦ୍‌ଘାଟନ କରାଯାଇଥିବା ବେଳେ ଜିଓ ପକ୍ଷରୁ ଏକ ସ୍ୱତନ୍ତ୍ର ଟ୍ରୁ-୫ଜି ଏକ୍ସପେରିଏନ୍ସ ଜୋନ୍ ସ୍ଥାପନ କରାଯାଇଛି ଯେଉଁଠାରେ ଜିଓ କମ୍ୟୁନିଟି କ୍ଲିନିକ୍ ମେଡିକାଲ୍ କିଟ୍ ଜରିଆରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ୫ଜି ର ଉପଯୋଗୀତା ପ୍ରଦର୍ଶନ ସହିତ ଶିକ୍ଷା, କ୍ଲାଉଡ୍ ଗେମିଂ, ସ୍ମାର୍ଟ ଅଫିସ୍‌, ସ୍ମାର୍ଟ ସିଟି, ସ୍ମାର୍ଟ ମିଟରିଂ ଓ ଲାଇଟିଙ୍ଗ୍ ଏବଂ ବୈପ୍ଳବିକ ଏଆର-ଭିଆର ଡିଭାଇସ୍ ଜିଓ ଗ୍ଲାସ୍ ମାଧ୍ୟମରେ ୫ଜିର ଚମତ୍କାର ପ୍ରୟୋଗ ଓ ସୁବିଧାଗୁଡ଼ିକୁ ପ୍ରଦର୍ଶନ କରାଯାଇଛି । ଏହି ସୁବିଧାଗୁଡ଼ିକ ଓଡ଼ିଶାର ଲୋକମାନଙ୍କ ଜୀବନରେ ଉଲ୍ଲେଖନୀୟ ପରିବର୍ତନ ଆଣିବ । ଏହି ଅବସରରେ ୫ଜି ଲ୍ୟାବ୍ ଏବଂ ୫ଜିର ବ୍ୟବହାର ସହଯୋଗିତାକୁ ନେଇ ରିଲାଏନ୍ସ ଜିଓ ଏବଂ ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷରିତ ହୋଇଛି ।

ବହୁସଂଖ୍ୟକ ଛାତ୍ରଛାତ୍ରୀ ରହିଥିବା ତଥା ପୂର୍ବ ଭାରତର ଆଇଟି ଓ ଶିକ୍ଷା ହବ୍ ଭାବେ ପରିଚିତ ଭୁବନେଶ୍ୱରରେ ଜିଓ ଟ୍ରୁ-୫ଜି ଉଭୟ ନାଗରିକ ଏବଂ ସହର ପରିଦର୍ଶନକାରୀମାନଙ୍କୁ ବ୍ୟାପକ ସୁଯୋଗ ଓ ସମୃଦ୍ଧ ଅନୁଭୂତି ପ୍ରଦାନ କରିବ ଓ ବାସ୍ତବରେ ଯୁଗାନ୍ତକାରୀ ସାବ୍ୟସ୍ତ ହେବ । ଜିଓର ଟ୍ରୁ-୫ଜି ଡାଟା ଭୁବନେଶ୍ୱରରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଶୁଭାରମ୍ଭ କରାଯାଇଛି ଯେତେବେଳେ ଭାରତର ଏହି ଦ୍ରୁତ ଉଦୀୟମାନ କ୍ରୀଡ଼ା ରାଜଧାନୀ ଆସନ୍ତା କିଛି ଦିନ ମଧ୍ୟରେ ଏଫ୍‌ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ଲାଗି ପ୍ରସ୍ତୁତ ହେଉଛି । ସେହିପରି, ୧୦୦୦ ବର୍ଷ ପୁରୁଣା ଐତିହାସିକ କଟକ ସହରର ଜନସାଧାରଣ ଏବେ ପରବର୍ତୀ ପିଢ଼ିର ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟା ହାସଲ କରିପାରିବେ ।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଦ୍ୱେତ ସହର ଭୁବନେଶ୍ୱର ଓ କଟକ ସହ ଓଡ଼ିଶାରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରି ଆମେ ବେଶ୍ ଆନନ୍ଦିତ । ଓଡଶାରେ ଟ୍ରୁ-୫ଜି ସେବା ଆରମ୍ଭ କରିବା ଆମ ପାଇଁ ଗର୍ବର ବିଷୟ ଏବଂ ଖୁବ୍‌ଶୀଘ୍ର ଓଡ଼ିଶାର କୋଣ ଅନୁକୋଣକୁ ଦ୍ରୁତ ଗତିରେ ଟ୍ରୁ-୫ଜି ନେଟ୍‌ୱର୍କର ସମ୍ପ୍ରସାରଣ କରାଯିବ । ଜିଓ ପକ୍ଷରୁ ୨୦୨୩ ଫେବ୍ରୁଆରି ସୁଦ୍ଧା ଓଡ଼ିଶାର ରାଉରକେଲା, ବ୍ରହ୍ମପୁର, ପୁରୀ, ସମ୍ବଲପୁର ଓ ବାଲେଶ୍ୱର ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯିବା ସହିତ ୨୦୨୩ ଡିସେମ୍ବର ସୁଦ୍ଧା ଓଡ଼ିଶାର ପ୍ରତି ତହସିଲ ଓ ତାଲୁକା ପର୍ଯ୍ୟନ୍ତ ଜିଓ ଟ୍ରୁ-୫ଜି ସେବାକୁ ସମ୍ପ୍ରସାରିତ କରିବା ଯୋଜନା ରହିଛି ।’’

ଓଡ଼ିଶାରେ ଜିଓ ଯେଉଁ ଭଲ ପାଇବା ହାସଲ କରିଛି ତାହାକୁ ନେଇ ଆମେ ନିଜକୁ ଭାଗ୍ୟବାନ ମନେ କରୁଛୁ । ଓଡିଶାରେ ବ୍ୟବହାର ହେଉଥିବା ମୋଟ ଡାଟାର ଦୁଇ ତୃତୀୟାଂଶ ବଜାର ଅଂଶ ଜିଓ ଦ୍ୱାରା ପରିଚାଳିତ । ଓଡ଼ିଶାରେ ପ୍ରତି ତିନି ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କ ମଧ୍ୟରୁ ଦୁଇ ଜଣ ଜିଓ ବ୍ୟବହାର କରୁଛନ୍ତି ।


Share It

Comments are closed.