ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଲଘୁଚାପ ସମ୍ଭାବନା

Share It

ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ସୋମବାର ଅପରାହ୍ନରେ ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝରଗଡ଼, ବାଲେଶ୍ୱର, ଭଦ୍ରକ, ରାୟଗଡ଼ା, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଅନ୍ୟପଟେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ରବିବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୪୨.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେହପିରି ଅନୁଗୁଳ, ଝାରସୁଗୁଡ଼ା, ଟିଟିଲାଗଡ଼ରେ ୪୧.୦, ହୀରକୁଦରେ ୪୦.୧, ସୋନପୁରରେ ୪୦.୮ ଏବଂ ପାରଳାଖେମୁଣ୍ଡିରେ ୪୦.୦ ତାପମାତ୍ରା ରେକର୍ଡ ହୋଇଛି।


Share It

Comments are closed.