ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପକ୍ଷେତ୍ର
ବଙ୍ଗୋପସାଗରେରେ ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୮ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତ୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ମଙ୍ଗଳବାର ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଳାର ବିଭିନ୍ନ ସ୍ଥାନରେ ଘଡ଼ଗଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ୩୦ରୁ ୫୦ କିଲୋମିଟର ଘଣ୍ଟାପ୍ରତି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାରେ ପାଗ ପ୍ରାୟତଃ ଶୁଖିଲା ରହିବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅନ୍ୟପଟେ ରାଜ୍ୟରେ ସୋମବାର ୭ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧବକ ରେକର୍ହ ହୋଇଛି। ଅନୁଗୁଳରେ ଦିନ ତାପମାତ୍ରା ସର୍ବାଧିକ ୪୨.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ସୋନପୁରରେ ୪୧.୪, ଭବାନୀ ପାଟଣାରେ ୪୦.୫, ହୀରାକୁଦରେ ୪୦.୩ ଓ ସମ୍ବଲପୁରରେ ୪୦ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି। କାଳବୈଶାଖୀ ପ୍ରଭାବରେ ୨ ଦିନରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ।
Comments are closed.