ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ
ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି। ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୫୬୩ ଜଣ। ସେମାନଙ୍କ ମଧ୍ୟରୁ ୧୮୧୨ ଜଣ ଏ ୧ ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ ଏ ୨ ଗ୍ରେଡ ପାଇଛନ୍ତି । ସେହିପରି ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ର ବି ୧ ଗ୍ରେଡ଼ ପାଇଛନ୍ତି |
ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କ ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯାଇଛି। Type OR10<RollNo> ଏବଂ 5676750 ରେ ଏସଏମଏସ୍ କରି ପରୀକ୍ଷା ଫଳ ଜାଣିପାରିବେ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।
Comments are closed.