ଦେଶରେ ବେଲଗାମ ହେଲାଣି କରୋନା, ଗତ ୨୪ଘଂଟାରେ ୫୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ଜାରି ରହିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଛି । ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୪ଜଣଙ୍କ ମୃତ୍ୟୁ ହୋଇଛି । ପୂର୍ବ ଦିନ ତୁଳନାରେ ଆଜି ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ପାଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟାକ ୩୫୪ ଜଣଙ୍କ ମୃତ୍ୟୁ ଘଟିଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ହଜାର ୪୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି।
ସେହିପରି ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୨ ହଜାର ୪୬୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୪୧ ହଜାର ୨୮୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ୧ କୋଟି ୧୪ ଲକ୍ଷ ୩୪ ହଜାର ୩୦୧ ହୋଇଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫ ଲକ୍ଷ ୫୨ ହଜାର ୫୬୬। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬ କୋଟି ୩୦ ଲକ୍ଷ ୫୪ ହଜାର ୩୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।
Comments are closed.