ନିର୍ମାଣଧୀନ କାମର ସମୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ 5T ସଚିବ
କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ। କ୍ୟାପିଟାଲ ହସ୍ପିଟାଲ ଭିତ୍ତିଭୂମି ବିକାଶ ଏବଂ ଟ୍ରୋମା କେୟାର ଓ ସର୍ଜରୀ ବ୍ଲକ ଜୁନିଅର ହଷ୍ଟେଲର ଭିତ୍ତିଭୂମି ସମୀକ୍ଷା କରିଛନ୍ତି 5T ସଚିବ। ତେବେ ଏହି ଗସ୍ତ ଅବସରରେ ସ୍ଵାସ୍ଥ୍ୟ ବିଭାଗ ସଚିବ ଶାଳୀନ ପଣ୍ଡିତ, ସଚିବ ବୀର ବିକ୍ରମ ଯାଦବ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ବିଜୟ ମହାପାତ୍ର ସମେତ କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ ଉପସ୍ଥିତ ଥିଲେ । କ୍ୟାପିଟାଲ ହସ୍ପିଟାଲ ପରିସରରେ ହେଉଥିବା ନିର୍ମାଣଧୀନ ଅଞ୍ଚଳ ବୁଲିବା ସହ ବହୁ ସମୟ ଧରି ଆଲୋଚନା କରିଛନ୍ତି 5T ସଚିବ। ଆସନ୍ତା ୨୦୨୩ ସୁଦ୍ଧା ନିର୍ମାଣ କାମ ଶେଷ ହେବ ବୋଲି ସୂଚନା ଦେଇଛନ୍ତି ହସ୍ପିଟାଲ ନିର୍ଦ୍ଦେଶକ । ସେହିପରି କ୍ୟାପିଟାଲ ହସ୍ପିଟାଲ ପରିସରରେ ୮୦ କୋଟିର ଟ୍ରୋମା କେୟାର ସେଣ୍ଟର ନିର୍ମାଣ ଚାଲିଛି । ଯାହାକୁ ବୁଲି ଅନୁଧ୍ୟାନ କରିଛନ୍ତି 5T ସଚିବ । ଏହାବ୍ୟତୀତ ୨୮୦ କୋଟି ଟଙ୍କାରେ ନିର୍ମାଣ ଚାଲିଥିବା ପିଜିଆଇ ବ୍ଲକର ମଧ୍ୟ ସାଇଟ୍ ବୁଲି ଦେଖିଛନ୍ତି ।
Comments are closed.