ନିର୍ବାଚନ କମିଶନରଙ୍କର ଘୋଷଣା, ନଭେମ୍ବର ୩ରେ ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ


ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖକୁ ମନୋନୟନ ପତ୍ର ଦାଖଲର ଶେ​ଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି।​‌ ଅକ୍ଟୋବର ୧୭ରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ ଏବଂ ୧୯ ତାରିଖକୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଦିନ ଧାର୍ଯ୍ୟ କରାଯାଇଛି।
ନଭେମ୍ବର ୩ରେ ମତଦାନ​‌ ଓ ୧୦ରେ ଭୋଟ ଗଣତି ପାଇଁ ନିର୍ବାଚନ କମିଶନରଙ୍କ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।


Share It

Comments are closed.