ଅନୁଗୁଳରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଗସ୍ତ କରିଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ର ଶୁଭାରମ୍ଭ କରିଛନ୍ତି। ସ୍ଥାନୀୟ ଷ୍ଟାଡିୟମ ପରିସରରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ପ୍ରଦାନ କରିଛନ୍ତି । ଏଥି ନିମନ୍ତେ ଆୟୋଜିତ ସଭାରେ ଯୋଗଦେଇ ଜିଲାର ବିକାଶ ପାଇଁ ୧୧୭୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ସଭାରେ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିଛନ୍ତି। ସ୍ମାର୍ଟ କାର୍ଡ ବଣ୍ଟନ ଦ୍ୱାରା ଜିଲାର ବହୁ ହିତାଧିକାରୀ ଉପକୃତ ହେବେ ।


Share It

Comments are closed.