ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୪ ଜଣ


ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ୧୦ ଦିନରେ ୧୦୯ ଜଣଙ୍କ ଜୀବନ ନେଲାଣି କରୋନା। ସୋମବାର ଆଉ ୧୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଖୋର୍ଦ୍ଧା ଓ ନୟାଗଡରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୮୬ରେ ପହଞ୍ଚିଛି।


Share It

Comments are closed.