ପୁଣି ବଢିଲା ସଂକ୍ରମଣ, ରାଜ୍ୟରେ ୧୨୨୦ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ କରୋନା ସଂକ୍ରମଣ ପୁଣି ଖସିଛି। ଯାହାର ଫଳ ସ୍ୱରୂପ ଏବେ ଚିକିତ୍ସାଧୀନ ଥିବା ରୋଗୀଙ୍କ ସଂଖ୍ୟାରେ ବଡ ଧରଣର ହ୍ରାସ ଘଟିଛି । କରୋନା ସଂକ୍ରମଣ କମିଛି ସତ ମୃତ୍ୟୁରେ ବ୍ରେକ୍‌ ଲାଗୁନି । ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୦୦୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୩ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫୧୭ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୫୦୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୪୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୧୧୩୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୦୭୭୧୧୯ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.