ରାଜ୍ୟରେ ୨୭୫୨ ନୂଆ ଆକ୍ରାନ୍ତ ଚିହ୍ନଟ


ଥମିବାର ନାଁ ଧରୁନି କରୋନା । ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି । ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୨୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୭୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୦୪୪ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪ ହଜାର ୨୩୧ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪ ହଜାର ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୬,୮୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬ ହଜାର ୯୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪,୨୧,୯୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି।


Share It

Comments are closed.