ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ, ଗତ ୨୪ ଘଣ୍ଟାରେ ୨୯୯୫ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୯୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୯୯୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୭ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୨୫୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୧ଜଣ, ବରଗଡ଼ ଜିଲ୍ଲାରୁ ୯୩ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୪ଜଣ, ବୌଦ୍ଧ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୧୬୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୪୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୨ଜଣ, ଯାଜପୁର ଜିଲ୍ଲାରୁ ୯୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୪ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୬୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬୮ଜଣ, କୋରାପୁଟ ଜିଲ୍ଲାରୁ ୪୩ଜଣ, ମାଲକାନଗିରି ଜିଲ୍ଲାରୁ ୮୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୭ଜଣ, ନୟାଗଡ଼ ଜିଲ୍ଲାରୁ ୪୪ଜଣ, ନୂଆପଡ଼ା ଜିଲ୍ଲାରୁ ୭୪ଜଣ, ପୁରୀ ଜିଲ୍ଲାରୁ ୧୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୮ଜଣ, ସୋନପୁର ଜିଲ୍ଲାରୁ ୮୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ, ଷ୍ଟେଟ ପୁଲ୍‌ରୁ ୨୦୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୯୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫୬୯୬୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.