ରାଜ୍ୟରେ ୨୯ ଟି ଜିଲ୍ଲାରୁ ୭୪୯ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସି ଆସିଛି । ଆଶ୍ୱସ୍ତିର କଥା ହେଉଛି, ଟେଷ୍ଟିଂ କମିନଥିଲେ ମଧ୍ୟ ସକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇ ଚାଲିଛି । କିନ୍ତୁ କୋଭିଡ୍ ମୃତ୍ୟୁରେ ଲାଗୁନି ବ୍ରେକ୍‌ । ୨୪ ଘଣ୍ଟା ରାଜ୍ୟରେ ୨୯ ଟି ଜିଲ୍ଲାରୁ ୭୪୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧୨ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୦୯ ହଜାର ୪୦୮ କୁ ବୃଦ୍ଧି କରିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୦୯ ହଜାର ୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯ହଜାର ୯୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୯୭ ହଜାର ୮୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୫୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୫୨ ଲକ୍ଷ ୯୪ ହଜାର ୭୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି।


Share It

Comments are closed.