୩ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମଧ୍ୟମରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କ୍ୟାବିନେଟ୍ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସଂଶୋଧିତ ବ୍ୟବସ୍ଥା ଅନୁସାରେ ପଞ୍ଜୀକୃତ ଟିକସଦାତା ଉପକୃତ ହେବେ। ସେହିପରି ଓଡିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି। ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି। ଏହି ସେତୁ ବାଲିଆପାଳ ଜାମକୁଣ୍ଡରୁ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ। ଏଥିପାଇଁ ୧୩୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ସେତୁକୁ ୩୦ ମାସ ମଧ୍ୟରେ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।


Share It

Comments are closed.