ଫେବୃୟାରୀ ୯ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି,ଆଜିଠୁ ଅନଲାଇନ ପଞ୍ଜୀକରଣ

Share It

ଭୁବନେଶ୍ଵର,୦୬/୦୨:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୯ ତାରିଖରେ ଜନ ଅଭିଯୋଗ ଶୁଣାଣି କରିବେ।ପୂର୍ବାହ୍ନ ୧୦ଟାରୁ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆଜି ଦିବା ୧୧ ଘଟିକା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ।

ଅନ୍‌ଲାଇନ୍‌ ପଂଜୀକରଣ କରିଥିବା ଜନସାଧାରଣ ସେମାନଙ୍କର ପଂଜୀକୃତ ପ୍ରାପ୍ତି ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।


Share It

Comments are closed.