OPSC Odisha Civil Service Exam 2025 : ୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓ.ପି.ଏସ.ସିକୁ Chief Minsiter ଙ୍କ ଅନୁରୋଧ

Share It

ଭୁବନେଶ୍ୱର ୦୩ ଜାନୁଆରୀ ୨୦୨୬  : ନିକଟରେ Odisha Public Service Commission (OPSC)  Odisha Civil Service Exam 2025 ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ OAS, ORS ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା।
Chief Minsiter Shri Mohan Charan Majhi ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS) ରେ ୧୧୩ଟି, ଓଡିଶା ପରିବହନ ସେବା (OTS) ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS) ରେ ୮ଟି ପଦବୀ ପୂରଣ ପାଇଁ ଓଡିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି।
ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବକ ଯୁବତୀ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ବ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି।
ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବି‌ଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗ ଗୁଡିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Share It

Comments are closed.