କରୋନାର ଦ୍ୱିତୀୟ ଲହରୀକୁ ଦୃଷ୍ଟିରେ ରଖି ୮ ଟି ସହରରେ ଲାଗୁ କରାଗଲା ନାଇଟ କର୍ଫ୍ୟୁ


ବିଶ୍ୱରେ କରୋନା ପ୍ରକୋପ ଜାରି ରହିଛି । ଅନେକ ଦେଶର କରୋନା ପ୍ରକୋପ କମିଥିବା ବେଳେ ଅନେତ ଦେଶରେ ଏବେ ବି କୋଭିଡ଼ ସଂକ୍ରମଣ ବଢିଚାଲିଛି । ଯାହାକୁ ନେଇ ଅନେକ ଦେଶ ଏବେ ଚିନ୍ତାରେ ଅଛନ୍ତି । ଏପରିକି କିଛି ଦେଶରେ କରୋନା ସଂକ୍ରମଣର ୨ୟ ଲହରୀ ଆସିଥିବାର ଦେଖିବାକୁ ମିଳିଛି। ଯାହାକୁ ନେଇ ଦେଶମାନେ ପଦକ୍ଷେପ ନେବା ଆରମ୍ଭ କରିଲେଣି । ଖବର ଅନୁଯାୟୀ, ଶୁକ୍ରବାର ମଧ୍ୟରାତ୍ରିରୁ ପ୍ୟାରିସ୍‌ ଓ ଫ୍ରାନ୍ସର ୮ଟି ସହରରେ କଫ୍ୟୁ କଟକଣା କାର୍ଯ୍ୟକାରୀ କରାଯାଇଛି । ରାତି ୯ଟାରୁ ସକାଳ ୬ ଟା ପର୍ଯ୍ୟନ୍ତ କଫ୍ୟୁ କଟକଣା ରହିବ । ଏହାକୁ ୪ସପ୍ତାହ ପାଇଁ କାର୍ଯ୍ୟକାରୀ କରାଯିବ ରାଷ୍ଟ୍ରପତି ଘୋଷଣା କରିଛନ୍ତି । ଯେପରି କରୋନା ସଂକ୍ରମଣ ଅଧିକ ନବ୍ୟାପେ , ସେଥିପାଇଁ ଏପରି କଟକଣା ନିଆଯାଇଛି ବୋଲି ସରକରାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଯଦି ଏହି କଟକଣାକୁ କେହି ଭାଙ୍ଗୁଥିବାର ଦେଖିବାକୁ ମିଳେ, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ସହ ଫାଇନ୍‌ ଆଦାୟ ହେବ ବୋଲି ଘୋଷଣା କରାଯାଇଛି । ଖବର ଅନୁଯାୟୀ, ଦିନକୁ ୨୦ହଜାରରୁ ଅଧିକ ନୂତନ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସରକାର । ଯାହାକି କରୋନାର ୨ୟ ଲହରୀ ବୋଲି କୁହାଯାଉଛି । ଏହାପରେ ଏପରି ପଦକ୍ଷେପ ନିଆଯାଇଥିବା ରାଷ୍ଟ୍ରପତିଙ୍କ ତରଫରୁ ଘୋଷଣା କରାଯାଇଛି । ତେବେ ଏହି ଜରୁରୀକାଳୀନ ସ୍ୱାସ୍ଥ୍ୟ ପରିସ୍ଥିତି ସମୟରେ ଆମକୁ ବହୁତ କଠିନ ପଦକ୍ଷେପ ଉଠାଇବାକୁ ପଡିବ ବୋଲି ସରକାର କହିଛନ୍ତି । ଏହାପୂର୍ବରୁ କରୋନା ଭାଇରସ ବିରୋଧରେ ଲଢେଇ ପାଇଁ ମାର୍ଚ୍ଚ ମାସରେ ଜରୁରୀକାଳୀନ ସ୍ୱାସ୍ଥ୍ୟ ପରିସ୍ଥିତି ଘୋଷଣା କରାଯାଇଥିଲା । ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।କିନ୍ତୁ ପ୍ରଥମ କଟକଣା ୧୦ଜୁଲାଇରେ ଶେଷ କରାଯାଇଥିଲା ।


Share It

Comments are closed.