ଜୀବନକୁ ସୌଭାଗ୍ୟ ନେଇ ଆସେ ମୟୂର ପଙ୍ଖ, ରହିଛି ଅନେକ ବିଶେଷ ମାନ୍ୟତା


ଇଶ୍ବରଙ୍କର ଏକ ସୁନ୍ଦର ସୃଷ୍ଟି ହେଉଛି ମୟୂର । ମୟୂର ଆମର ଜାତୀୟ ପକ୍ଷୀ ଏବଂ ଏହା ମଧ୍ୟ ସବୁଠାରୁ ସୁନ୍ଦର ପକ୍ଷୀ ଭାବରେ ପରିଗଣିତ ହୁଏ | ଯେଉଁଭଳି ଭାବେ ଏମାନେ ଲୋକମାନଙ୍କୁ ନିଜ ଆଡକୁ ଆକର୍ଷିତ କରନ୍ତି, ସେହିଭଳି ଏହା ମଧ୍ୟ ସୌଭାଗ୍ୟକୁ ଆକର୍ଷିତ କରନ୍ତି ଏବଂ ଅନେକ ଉପାୟରେ ଶୁଭ ଅଟନ୍ତି ବୋଲି ମାନ୍ୟତା ରହିଛି|

ମୟୂର ପୁଚ୍ଛ ଭଗବାନ ଶ୍ରୀକୃଷ୍ଣଙ୍କର ଅତି ପ୍ରିୟ । ସେଥିଲାଗି ତାଙ୍କ ଶୃଙ୍ଗାରରେ ମୟୂର ପୁଚ୍ଛକୁ ବିଶେଷ ସ୍ଥାନ ଦିଆଯାଇଛି । ଏହା ବିନା ତାଙ୍କର ସ୍ୱରୂପ ଅସମ୍ପୂର୍ଣ୍ଣ ବୋଲି ଜଣାଯାଏ । ଜ୍ୟୋତିଷ ଏବଂ ବାସ୍ତୁ ଶାସ୍ତ୍ରରେ ମଧ୍ୟ ମୟୂର ପୁଚ୍ଛକୁ ଶୁଭର ପ୍ରତୀକ ବୋଲି କୁହାଯାଇଛି । ତେବେ ଆସନ୍ତୁ ଜାଣିବା ମୟୂର ପୁଚ୍ଛ ସହିତ ଜଡିତ କିଛି ବାସ୍ତୁ ଟିପ୍ସ …

. ଠାକୁର ଘରେ ମୟୂର ପୁଚ୍ଛ ଏବଂ ବଂଶୀକୁ ଏକା ସାଥିରେ ରଖିବା ଦ୍ୱାରା ଘର ମଧ୍ୟରେ ଭଲ ପାଇବା ବଢିବା ସହିତ ସକାରାତ୍ମକ ଶକ୍ତି ସଞ୍ଚାର ହୋଇଥାଏ ।

. ଘରର ମୁଖ୍ୟ ଦ୍ୱାରରେ ଗଣେଶଙ୍କ ସହିତ ମୟୂର ପୁଚ୍ଛ ରଖିବା ଦ୍ୱାରା ବାସ୍ତୁଦୋଷ ଦୂର ହୋଇଥାଏ । ସକାରାତ୍ମକ ଭାବନା ଜାଗ୍ରତସ ହେବା ସହିତ କୁ ଶକ୍ତି ପ୍ରବେଶ କରି ପାରିନଥାଏ ।

. ଅନେକ ପିଲାଙ୍କୁ ରାତିରେ ଶୋଇବା ସମୟରେ ଡର ଲାଗିଥାଏ । ତେଣୁ ତାଙ୍କ ତକିଆ ତଳେ ମୟୂର ପୁଚ୍ଛ ରଖିବା ଦ୍ୱାରା ସମସ୍ତ ଖରାପ ନଜରରୁ ରକ୍ଷା ପାଇଥାନ୍ତି ।

. ବାସ୍ତୁ ଅନୁସାରେ, ମୟୂର ପୁଚ୍ଛକୁ ଫ୍ରେମ୍ କରି କାନ୍ଥରେ ଲଗାଇବା ଦ୍ୱାରା ଆର୍ଥିକ ସମସ୍ୟା ଦୂର ହେବା ସହିତ ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ ।

. ମୟୂର ପୁଚ୍ଛ ସହିତ ୨୧ ଥର ଗ୍ରହ ମନ୍ତ୍ର ପଢି, ତାହା ଉପରେ ଜଳ ସିଞ୍ଚନ କରି ଏକ ଏମିତି ସ୍ଥାନରେ ରଖିବେ ଯେମିତିକି ତାହା ଉପରେ ସମସ୍ତଙ୍କ ନଜର ରହୁଥିବ । ଏହା ଦ୍ୱାରା ରାହୁ ଦୋଷ ଦୂର ହେବା ସହିତ ଜୀବନରେ ସବୁ ମଙ୍ଗଳମୟ ହୋଇଥାଏ ।


Share It

Comments are closed.