୧୯ ଜିଲାରେ ବର୍ଷିବ
ବଙ୍ଗୋପସାଗରରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି l ଏହା ଆଗାମୀ ୧୨ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଉତ୍ତରଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛ। ପରବର୍ତ୍ତୀ ୧୨ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତରଉତ୍ତର ପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେଧୀରେ ଦୁର୍ବଳ ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ରାୟଗଡ଼ା, ସୁନ୍ଦରଗଡ଼, କୋରାପୁଟ, ଅନୁଗୁଳ, ଢ଼େଙ୍କାନାଳ ୧୯ ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଘଡ଼ଘଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷାପବନ ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
Comments are closed.