ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ମହାପାତ୍ର


ଶୁକ୍ରବାର ବରିଷ୍ଠ ଆଇଏଏସ ଅଧିକାରୀ ସୁରେଶ ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଅସିତ ତ୍ରିପାଠୀଙ୍କ ଅବସର ପରେ ସୁରେଶ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ । ତେବେ ଅସିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଭାବେ ଦାୟିତ୍ୱ ତୁଲାଇବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଅସିତ୍‌ ଦାୟିତ୍ୱ ତୁଲାଇବେ। ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ । ଏତତ୍ ବ୍ୟତୀତ ଆଇଏଏସ ପ୍ରଦୀପ ଜେନା ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।


Share It

Comments are closed.