ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଞ୍ଜାମ ଓ କନ୍ଧମାଳ। ତେବେ, ପାଣିପାଗ ବିଭାଗ ପକ୍ଷରୁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟତିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଥିବା ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ଳାଗି ରହିବ ବୋଲି ସୂଚନା ରହିଛି। ଆଜି
ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ହେବା ସୂଚନା ରହିଥିବା ବେଳେ ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଳାହାଣ୍ଡୀ ଓ ବୈଦ୍ଧ ଆଦିରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାକୁ ଥିବା ଜିଳ୍ଲାଗୁଡ଼ିକରେ କୃଷକମାନଙ୍କୁ ସେ ସମୟରେ ବିଲକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ମତ୍ସଜୀବୀମାନଙ୍କୁ ମଧ୍ୟ ସମୁଦ୍ର ଭିତରକୁ ଯାଇ ମତ୍ସ୍ୟ ଧରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ମନା କରାଯାଇଛି।

Comments are closed.