ଆଗାମୀ 3 ବର୍ଷରେ 5 ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
କଳାହାଣ୍ଡି: ଆଜି କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ଏହି ଯୋଜନା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାର ପାଇଁ ସମ୍ମାନର ସହ ବଞ୍ଚିବାକୁ ଆଶା ଓ ଭରସା ଯୋଗାଇଦେବ।ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ 2018 ମସିହାରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେଇ ଏହି ସମସ୍ୟାର ସମାଧାନ ପାଇଁ ଘୋଷଣା କରିଥିଲେ । ସେଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ସହରୀ ଓ ଗ୍ରାମୀଣ ଆଦି ଯୋଜନା କାର୍ଯ୍ୟକାରୀ ହେଉଛି । ଏହାକୁ ଆହୁରି ଜୋରଦାର କରାଯାଇ ଓଡିଶାରେ ଆମେ ଆରମ୍ଭ କରିଛୁ ଅନ୍ତ୍ୟୋଦୟ ଗୃହ ଯୋଜନା । ଏହା ଦ୍ୱାରା ସମସ୍ତଙ୍କ ପାଇଁ ଘର ସୁନିଶ୍ଚିତ କରାଯାଇ ପାରିବ ।
ଆଜି ପ୍ରଥମ ଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୬୦ ହଜାର ଘର ପାଇଁ କାର୍ଯ୍ୟାଦେଶ ଦିଆଯାଇଛି । ଆଗାମୀ 3 ବର୍ଷରେ 5 ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି । ଚଳିତ ବର୍ଷ ଏହି ଯୋଜନା ପାଇଁ 2,600 କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରାଯାଇଥିବା ବେଳେ ଆଗାମୀ 3 ବର୍ଷରେ ଏଥିପାଇଁ 7,550 କୋଟି ଟଙ୍କା ବିନିଯୋଗ କରାଯିବ । ସୂଚନାଯୋଗ୍ୟ ଯେ, ବିଜୁ ପକ୍କା ଘର ଯୋଜନାରେ 10 ବର୍ଷରେ ବହୁତ କମ ଘର ନିର୍ମାଣ ହୋଇଛି।
ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ 1 ଲକ୍ଷ 20 ହଜାର ଟଙ୍କା ଦିଆଯିବା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯିବ ।
Comments are closed.