ଗ୍ୟାସ୍ ଅଛି,ବିଚଳିତ ହୁଅନ୍ତୁ ନାହିଁ:ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨୩/୦୩:ଗ୍ୟାସ ସଙ୍କଟକୁ ନେଇ ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି। ଏହା ସହିତ ସରକାର ସ୍ପଷ୍ଟ କରିଛନ୍ତି ଓଡିଶାରେ ବର୍ତ୍ତମାନ କୌଣସି ଗ୍ୟାସ ସଙ୍କଟ ନାହିଁ, ପର୍ଯ୍ୟାପ୍ତ ଗ୍ୟାସ ମହଜୁଦ ରହିଛି। ସିଲିଣ୍ଡର ଗ୍ୟାସ ମହଜୁତ ରହିଥିବାରୁ ଲୋକଙ୍କୁ ଭୟଭୀତ ହେବାର କୌଣସି କାରଣ ନାହିଁ।ପୂର୍ବରୁ କମର୍ସିଆଲ ଗ୍ୟାସ ବଣ୍ଟନ ୨୦ ପ୍ରତିଶତ ରହିଥିଲା। ବର୍ତ୍ତମାନ କେନ୍ଦ୍ର ସରକାର ଆଉ ୨୦ ପ୍ରତିଶତ ମଞ୍ଜୁର କରିଥିବାରୁ, ବିଶେଷ କରି ରେଷ୍ଟୁରାଣ୍ଟ ଓ ହୋଟେଲ ମାନଙ୍କୁ ସହଜରେ ମିଳିବ। ଏହା ସହ ଆଉ ୧୦ ପ୍ରତିଶତ ବଢ଼ାଇବା ପାଇଁ ଆଲୋଚନା ଚାଲିଛି। ସେଥିପାଇଁ ଶୀଘ୍ର କମର୍ସିଆଲ ଗ୍ୟାସ ଆବଶ୍ୟକତାର ପ୍ରାୟ ୫୦ ପ୍ରତିଶତ ପୂରଣ ହେବା ଆଶା କରାଯାଉଛି।ଆଜିଠାରୁ କମର୍ସିଆଲ ସଂସ୍ଥାମାନଙ୍କୁ ୪୦ ପ୍ରତିଶତ ଗ୍ୟାସ ଯୋଗାଣ ଆରମ୍ଭ ହେବ। କେନ୍ଦ୍ର ପକ୍ଷରୁ ଆଉ ୧୦ ପ୍ରତିଶତ ପାଇଁ କିଛି ସର୍ତ୍ତ ରହିଛି, ଯାହାକୁ ପୂରଣ କରିବାରେ ରାଜ୍ୟ ସରକାର କାମ କରୁଛି।
ସାଧାରଣ ଗ୍ରାହକଙ୍କ ପାଇଁ ଗ୍ୟାସ ବଣ୍ଟନ ସାଧାରଣ ଭାବେ ଚାଲିଛି ଏବଂ କୌଣସି ବିଘ୍ନ ନାହିଁ। ଯଦି କୌଣସି ଅଭିଯୋଗ ଆସେ, ବିଭାଗ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉଛି।
Comments are closed.