ମାଲବାହୀ ଟ୍ରେନ୍‌ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କୋରେଇ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଥିବା ବେଳେ, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣାର ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ ଲେଖିଛନ୍ତି । ତାହା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତ ଆହତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶୁଆରୋଗ୍ୟ କାମନା କରିଛନ୍ତି ।

Comments are closed.