ଝଡ଼ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ
ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷା ପ୍ରଭାବ ରହିବ। ବୁଧବାର ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାବେଳେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ରାୟଗଡ଼ା, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଢ଼େଙ୍କାନାଳରେ ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ୨୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ଥିବାରୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Comments are closed.