ଗତ ୨୪ ଘଣ୍ଟାରେ ୮୧୭୧ ନୂଆ ମାମଲା, ୨୦୪ ମୃତ

Share It

ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୧୭୧ଟି ନୂଆ ମାମଲା ସାମନାକୁ ଆସିଥିବାବେଳେ ଅନ୍ୟପଟେ ଏହି ଭାଇରସ କାରଣରୁ ୨୦୪ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଇଥିବା ତଥ୍ୟ ମୁତାବକ, ଭାରତରେ ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୯୮୭୦୬ରେ ଆସି ପହଞ୍ଚିଲାଣି । ସେଥି ମଧ୍ୟରୁ ୫୫୯୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯୫,୫୨୭ ଜଣ ଡିସଚାର୍ଜ ମଧ୍ୟ ହୋଇ ସାରିଲେଣି । କରୋନା ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ଅଧିକ ମାମଲା ମହାରାଷ୍ଟ୍ରରେ ଦେଖିବାକୁ ମିଳିଥିବାବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୭୦,୦୧୩ରେ ଆସି ପହଞ୍ଚିଲାଣି । ସେହିଭଳି ୩୭,୫୪୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ୩୦,୧୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏମାନଙ୍କ ମଧ୍ୟରୁ ୨୩୬୨ ଜଣଙ୍କ ମହାରାଷ୍ଟ୍ରରେ ମୃତ୍ୟୁ ଘଟିଛି ।
ସେହିଭଳି ଓଡିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୪ରେ ଆସି ପହଞ୍ଚିଥିବାବେଳେ ଏମାନଙ୍କ ମଧ୍ୟରୁ ୮୫୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ ଅନ୍ୟପଟେ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି । ଓଡିଶାରେ ଏହି ଭାଇରସ ସଂକ୍ରମଣ କାରଣରୁ ୯ ଜଣଙ୍କ ମୃତ୍ୟୁ ଘଟିଛି ।


Share It

Comments are closed.