ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଭଞ୍ଜନଗର ସହରରେ


ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଗଂଜାମ ଜିଲ୍ଲାର ଭଞ୍ଜନଗର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି ।

 

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

 

ଭଞ୍ଜନଗର ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଭଞ୍ଜନଗର ସହର ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ ।

 

ଏହି ୫୨୭୧ ବର୍ଗଫୁଟର ଷ୍ଟୋର ହେଉଛି ଭଞ୍ଜନଗର ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି । ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୧୫୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ । 

 

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଭଞ୍ଜନଗରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ ।


Share It

Comments are closed.