ନୂଆପଡ଼ାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

Share It

ନୂଆପଡ଼ା,୪/୨/୨୦୨୩: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ନୂଆପଡ଼ା ଜିଲ୍ଲାର ନୂଆପଡ଼ା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି ।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ନୂଆପଡ଼ା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ନୂଆପଡ଼ା ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ ।

ନୂଆପଡ଼ା ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୭୧୯୨ ବର୍ଗଫୁଟ ଅଂଚଳରେ ପରିବ୍ୟାପ୍ତ । ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି । ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।


Share It

Comments are closed.